ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜି ଭୁବନେଶ୍ବରରେ କେତେ ରହିଛି ପେଟ୍ରୋଲ ଏବଂ ଡିଜେଲ ଦାମ୍

ସର୍ବକାଳୀନ ରେକର୍ଡ ସ୍ତରରେ ପେଟ୍ରୋଲ ଓ ଡିଜେଲ ଦର । କ୍ରମାଗତ ତୃତୀୟ ଦିନ ଲାଗି ଉଭୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ବୃଦ୍ଧି ପାଇଛି । ଦେଶରେ ତୈଳ ଦର ସର୍ବକାଳୀନ ରେକର୍ଡ କରିଚାଲିଛି । ଏପରିକି ୫ ସପ୍ତାହ ମଧ୍ୟରେ ଡିଜେଲ ଦର ୮ଟଙ୍କା ବଢିଛି । ଆଜି ମଧ୍ୟ ଉଭୟ ପେଟ୍ରୋଲ ଏବଂ ଡିଜେଲ ମହଙ୍ଗା ହୋଇଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୭.୮୪ପଇସା ଥିବା ବେଳେ ଡିଜେଲ ଦର ରହିଛି ୧୦୪.୩୦  ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୭.୦୪ ପଇସା ଓ ଡିଜେଲ ଦର ୯୫.୯୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୩ ଟଙ୍କା ୧୨ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୧୦୪ ଟଙ୍କା ୦୦ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୭ ଟଙ୍କା ୭୮ ପଇସା ଥିବାବେଳେ ଡିଜେଲ ଦର ୯୯ ଟଙ୍କା ୦୮ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୪ ଟଙ୍କା ୨୨ ପଇସା ଥିବା ବେଳେ ଡିଜେଲ ଦାମ ୧୦୦ ଟଙ୍କା ୨୫ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:
ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Sonalisa

Recent Posts

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

24 mins ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

32 mins ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

47 mins ago

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

58 mins ago

ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ, ପ୍ରଥମ ମ୍ୟାଚରେ ୭ ଓ୍ଵିକେଟରେ କାନାଡାକୁ ହରାଇଲା ଆମେରିକା

ଟି-୨୦ ବିଶ୍ବକପ ମହାକୁମ୍ଭ ଆରମ୍ଭ ହୋଇଛି । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ଆମେରିକା ଓ କାନାଡା । ଏହି…

1 hour ago

ପରକୀୟା ପ୍ରୀତିକୁ ବାରଣ କରିବାରୁ ସ୍ତ୍ରୀକୁ ମାଡ ମାରି ଘରୁ ତଡିଦେଲା ସ୍ୱାମୀ, ଏବେ ଥାନାରେ ମାମଲା

ନରସିଂହପୁର(କେନ୍ୟୁଜ୍): ପରକୀୟା ପ୍ରୀତିକୁ ନେଇ ଥାନାରେ ଆସି ମାମଲା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର…

1 hour ago