ବ୍ୟବସାୟ ଓ ଅର୍ଥନୀତି

ଆଜିର ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ କେତେ ରହିଛି

ତୈଳ କମ୍ପାନୀ ପକ୍ଷରୁ ଆଜିର ପେଟ୍ରୋଲ- ଡିଜେଲ ଦର ଜାରି କରିଦିଆଯାଇଛି। ଆଜି ମଧ୍ୟ ପେଟ୍ରୋଲ ଦାମ୍‌ ଅପରିବର୍ତ୍ତିତ ରହିଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୨ ଟଙ୍କା ୧୦ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୧ ଟଙ୍କା ୯୧ ପଇସା ରହିଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୧୪ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୬୭ ପଇସା ଥିବାବେଳେ ଡିଜେଲ ଦର ୮୯ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୪୦ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୪୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Swagatika

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

4 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

18 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

31 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

32 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago