ବଢ଼ିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ବଢ଼ିଲା ସୁନା ଦର।‌ ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧୦ ଟଙ୍କା ବଢ଼ିଛି। ସେହିପରି ୨୪ କ୍ୟାରେଟ ସୁନା ଦର ୧୦ ଟଙ୍କା ଅଧିକ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୬୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୩,୯୭୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୭୨୦ ଟଙ୍କା ଓ ୫୩,୨୫୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୫୫୦ ଟଙ୍କା ଓ ୫୦,୫୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୬୧୦ ଟଙ୍କା ଓ ୫୩,୯୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୮୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୨୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୩୦୦ ଟଙ୍କା ଓ ୫୩,୨୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୨,୯୧୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.