ସୁନା ଦରରେ ବଡ଼ ପରିବର୍ତ୍ତନ, ନଜର ପକାନ୍ତୁ ଆଜି କେତେ ଅଛି ରେଟ୍
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୪୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୪୫୦ ଟଙ୍କା ଓ ୫୯,୪୧୦ ଟଙ୍କା ହୋଇଛି।
କେନ୍ୟୁଜ୍(ବ୍ୟୁରୋ): ଆଜି ଭାରତୀୟ ବଜାରରେ ସୁନା ଦରରେ କିଛିଟା ପରିବର୍ତ୍ତନ ଘଟିଛି। ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହରମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୪୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୪୫୦ ଟଙ୍କା ଓ ୫୯,୪୧୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୪୫୦ ଟଙ୍କା ଓ ୫୯,୪୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୬୦୦ ଟଙ୍କା ଓ ୫୯,୫୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୮୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୪୫୦ ଟଙ୍କା ଓ ୫୯,୪୧୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।