କିଣିବା ପୂର୍ବରୁ ଜାଣନ୍ତୁ କେତେ ଅଛି ଆଜିର ସୁନା ଦାମ୍ , ବଢିଛି ନା କମିଛି

ପ୍ରତ୍ୟେକ ଦିନ ସୁନା ଓ ରୂପା ଦରରେ ପରିବର୍ତ୍ତନ ହୋଇଥାଏ। ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬ ,୨୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦ ହଜାର ୪୬୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬ ହଜାର ୪୫୦ ଟଙ୍କା ଓ ୫୦ ହଜାର ୬୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬ ହଜାର ୪୫୦ ଟଙ୍କା ଓ ୫୦ ହଜାର ୬୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬ ହଜାର ୪୫୦ ଟଙ୍କା ଓ ୫୦ ହଜାର ୬୭୦ ଟଙ୍କା ରହିଛି।

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭ ହଜାର ୭୨୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨ ହଜାର ୦୬୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬ ହଜାର ୪୫୦ ଟଙ୍କା ଓ ୫୦ ହଜାର ୬୭୦ ଟଙ୍କା ରହିଛି ।

ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୮ ହଜାର ୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.