ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଆଜିର ସୁନା ଓ ରୁପା ଦର
ପ୍ରତ୍ୟେକ ଦିନ ସୁନା ଓ ରୁପା ମୂଲ୍ୟ ସବୁ ଦିନ ପରିବର୍ତ୍ତନ ହେଉଛି। ଆଜି ମଧ୍ୟ ସୁନା ଓ ରୂପା ମୂଲ୍ୟ କିଛି ମାତ୍ରାରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୭୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨ ହଜାର ୧୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ ଏବଂ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭ ହଜାର ୭୫୦ ଟଙ୍କା ଓ ୫୨ ହଜାର ୧୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟାରେ ସୁନା ଦାମରେ କିଛି ପରିବର୍ତ୍ତନ ହୋଇଛି।
ଗତକାଲି ଅପେକ୍ଷା ଆଜି ସୁନା ଦର କମିଛି ।
ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଏବଂ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୪୭,୭୫୦ ଟଙ୍କା ଓ ୫୨,୧୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୭୫୦ ଟଙ୍କା ଓ ୫୨, ୧୦୦ ଟଙ୍କା ରହିଛି। ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨, ୨୦୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୭୫୦ ଟଙ୍କା ଓ ୫୨, ୧୦୦ ଟଙ୍କା ରହିଛି। ଆଜି ରୁପା ମୂଲ୍ୟ କମିଛି। ରୁପା ଦର କିଲୋଗ୍ରାମ ପ୍ରତି ୬୧,୦୦୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି।