ପ୍ରତ୍ୟେକ ଦିନ ପେଟ୍ରୋଲ ଓ ଡିଜେଲ୍ ପରି ସୁନା ଓ ରୁପା ଦର ମଧ୍ୟ ବଦଳି ଥାଏ। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧ ହଜାର ୦୫୪ ଟଙ୍କା ଥିବା ଜଣାଯାଇଛି।
ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୮୦୦ ଟଙ୍କା ଓ ୫୧ ହଜାର ୫୪ ଟଙ୍କା ଛୁଇଁଛି। ଦେଶର ପ୍ରମୁଖ ସହର ମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୮୦୦ ଟଙ୍କା ଓ ୫୧ ହଜାର ୫୪ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର କମି ଯଥାକ୍ରମେ ୪୬,୮୦୦ଟଙ୍କା ଓ ୫୧,୦୫୬ ଟଙ୍କା ରହିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୯୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୮୦୦ ଟଙ୍କା ଓ ୫୧ ହଜାର ୫୪ ଟଙ୍କା ରହିଛି।
ଅନ୍ୟପଟେ ରୁପା ମୂଲ୍ୟ ଆଜି ବଢ଼ିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୨ ହଜାର ୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।