ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୧୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୮ ହଜାର ୭୧୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୨, ୧୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୮,୭୧୦ ଟଙ୍କା ଥିଲା ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୨,୧୫୦ ଟଙ୍କା ଓ ୭୮,୭୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୨,୩୦୦ ଟଙ୍କା ଓ ୭୮, ୮୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୨,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୮,୭୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୨,୧୫୦ ଟଙ୍କା ଓ ୭୮, ୭୧୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୧,୫୦୦ ହଜାର ଟଙ୍କା ହୋଇଛି ।