ଆଜି ମାର୍କେଟରେ ସୁନା ଦର କେତେ ରହିଛି ଏଠାରେ ଥରେ ନଜର ପକାନ୍ତୁ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୩୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୭୮୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧,୩୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭ ,୭୮୦ ଟଙ୍କା ହୋଇଛି ।,

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୧,୩୦୦ ଟଙ୍କା ଓ ୭୭ ,୭୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୧,୪୫୦ ଟଙ୍କା ଓ ୭୭ ,୯୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୧,୩୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୭,୭୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୦,୩୦୦ ଟଙ୍କା ଓ ୭୭,୭୮୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୧,୦୦୦ ହଜାର ଟଙ୍କା ହୋଇଛି ।