ସୁନା ମୂଲ୍ୟର ତାଜା ଅପଡେଟ, ଜାଣନ୍ତୁ ଆଜି କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦର

ଆଜି ସାମାନ୍ୟ ବଢ଼ିଲା ସୁନା ଦର।‌ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତାହେଲେ ଏଇଠାରେ ପ୍ରତିଦିନ ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୨୫୦ ଟଙ୍କା ବଢ଼ି ୪୪,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୨୭୦ ଟଙ୍କା ବଢ଼ି ୪୮,୮୭୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୫୦ ଟଙ୍କା ବୃଦ୍ଧି ପାଇ ୪୩,୦୦୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୭୦ ଟଙ୍କା ବୃଦ୍ଧି ପାଇ ୪୬,୯୦୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୩୦୦ ଟଙ୍କା ଓ ୪୫,୩୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୮୦୦ ଟଙ୍କା ଓ ୪୮,୮୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୯୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୮୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୬୩୦ ଟଙ୍କା ଓ ୪୭,୩୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୩୦୦ ଟଙ୍କା ବଢ଼ି ୬୬,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.