ତାଜା ଅପଡେଟ, ୧୦ ଗ୍ରାମ ସୁନା ମୂଲ୍ୟ ଆଜି କେତେ ଅଛି ଜାଣନ୍ତୁ

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତାହେଲେ ଏଇଠାରେ ପ୍ରତିଦିନ ଏଠାରେ ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୦୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୬,୦୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୨୪୦ ଟଙ୍କା ବୃଦ୍ଧି ପାଇ ୪୫,୧୫୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୨୭୦ ଟଙ୍କା ବୃଦ୍ଧି ପାଇ ୪୯,୨୬୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୦୬୦ ଟଙ୍କା ଓ ୪୬,୦୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୨୦୦ ଟଙ୍କା ଓ ୫୦,୨୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୩୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୧୦୦ ଟଙ୍କା ଓ ୪୯,୯୧୦ ଟଙ୍କା ରହିଛି ।ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦ ଟଙ୍କା କମି ୭୧,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.