ସୁନା ମୂଲ୍ୟର ତାଜା ଅପଡେଟ, ଘରେ ବସି ଜାଣନ୍ତୁ ଆଜି କେତେ ଅଛି ସୁନା ଦାମ

ଆପଣ ଯଦି ସୁନା ଦରର ତାଜା ଅପଡେଟ ଜାଣିବାକୁ ଚାହୁଁଛନ୍ତି, ତାହେଲେ ଏଇଠି ପାଇପାରିବେ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୨୯୦ ଟଙ୍କା କମି ୪୫,୪୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୩୫୦ ଟଙ୍କା କମି ୪୯,୬୩୦ ଟଙ୍କା ଥିବା ଜଣାଯାଇଛି। ଆଜି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୦୦ ଟଙ୍କା ଓ ୪୮,୦୦୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୨୮୦ ଟଙ୍କା ଓ ୪୫,୨୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୪୯୦ ଟଙ୍କା ଓ ୪୯,୬୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୧୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୨୩୦ ଟଙ୍କା ଓ ୪୯,୦୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୯,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.