ଧନତେରସ ପାଇଁ ଓଡିଶାରେ କମିଲା ସୁନା ଦର, ଆଜି ହିଁ କିଣନ୍ତୁ

ଆପଣ ଯଦି ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ହିଁ କିଣି ଆଣନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୮୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୦,୦୬୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ୧୦ ଗ୍ରାମ ପ୍ରତି ୪୭,୦୦୦ ଟଙ୍କା ଓ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧, ୨୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୨୫୦ ଟଙ୍କା ଓ ୫୦,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୩୫୦ ଟଙ୍କା ଓ ୫୦, ୬୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬, ୨୫୦ ଟଙ୍କା ଓ ୫୦, ୪୫୦ ଟଙ୍କା ରହିଛି। ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୬,୧୫୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।