ପେଟ୍ରୋଲ ପମ୍ପକୁ ଯିବା ପୂର୍ବରୁ ଏଠାରେ ଦେଖିନିଅନ୍ତୁ କେତେ ଅଛି ପେଟ୍ରୋଲ ଓ ଡିଜେଲ୍ ଦର

ସୁନା ରୂପା ପରି ପେଟ୍ରୋଲ ଓ ଡିଜେଲ୍ ମୂଲ୍ୟରେ ମଧ୍ୟ ପରିବର୍ତ୍ତନ ହୋଇଥାଏ। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୧୯ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସାରେ ପହଞ୍ଚିଛି ।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି । କୌଣସି ସହରରେ କିଛି ପରିବର୍ତ୍ତନ ହୋଇନାହିଁ। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୩୫ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୭ ଟଙ୍କା ୨୮ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି। ବାଙ୍ଗାଲୋରରେ ୧୦୧.୯୪ ରହିଛି ପେଟ୍ରୋଲ ଦାମ୍ ଯେବେକି ଡିଜେଲ୍ ମୂଲ୍ୟ ରହିଛି ୮୭ ଟଙ୍କା ୮୯ ପଇସା।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

Leave A Reply

Your email address will not be published.