ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ପେଟ୍ରୋଲ ଓ ଡିଜେଲ ଦର

ସୁନା ରୂପା ପରି ପେଟ୍ରୋଲ ଓ ଡିଜେଲ୍ ମୂଲ୍ୟରେ ମଧ୍ୟ ପରିବର୍ତ୍ତନ ହୋଇଥାଏ। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୪୭ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୫ ଟଙ୍କା ୦୩ ପଇସାରେ ପହଞ୍ଚିଛି ।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର କମିଛି। କିଛି ସହରରେ ପରିବର୍ତ୍ତନ ହୋଇଛି ଏହାର ମୂଲ୍ୟ। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି।

ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି। ବାଙ୍ଗାଲୋରରେ ୧୦୧.୯୪ ରହିଛି ପେଟ୍ରୋଲ ଦାମ୍ ଯେବେକି ଡିଜେଲ୍ ମୂଲ୍ୟ ରହିଛି ୮୭ ଟଙ୍କା ୮୯ ପଇସା।

 

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

 

 

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

29 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

31 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

37 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

46 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

46 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

1 hour ago