ବ୍ୟବସାୟ ଓ ଅର୍ଥନୀତି

ଆଜିର ପେଟ୍ରୋଲ ଓ ଡିଜେଲ ଦର ଜାଣିବାକୁ ଚାହୁଁଛନ୍ତି, ତେବେ ଜାଣିରଖନ୍ତୁ ଏଠାରେ

ଆଜି ସ୍ଥିର ରହିଛି ପେଟ୍ରୋଲ ଦାମ୍। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୦୧ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୫୮ ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୩୫ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୭ ଟଙ୍କା ୨୮ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

7 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

43 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

44 mins ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

48 mins ago

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

54 mins ago

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଉତ୍ସବମୁଖର ଶ୍ରୀକ୍ଷେତ୍ର

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…

57 mins ago