ବ୍ୟବସାୟ ଓ ଅର୍ଥନୀତି

ଆଜିର ପେଟ୍ରୋଲ ଓ ଡିଜେଲ ଦର ଜାଣିବାକୁ ଚାହୁଁଛନ୍ତି, ତେବେ ଜାଣିରଖନ୍ତୁ ଏଠାରେ

ଆଜି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇ ସାମାନ୍ୟ କମିଛି। ତେବେ ଆଜିର ଦାମ ବିଷୟରେ ଜାଣିବା ପୂର୍ବରୁ ଆପଣଙ୍କୁ କହିରଖିବାକୁ ଚାହିଁବୁ ଯେ ପ୍ରତିଦିନ ଆପଣ ଆମର ଏ ପାଠ୍ୟକ୍ରମରେ ପେଟ୍ରୋଲ ଓ ଡିଜେଲ ଦରର ତାଜା ଅପଡେଟ ପ୍ରଥମେ ପାଇପାରିବେ। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୧୯ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:
ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

Barsha

Recent Posts

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

19 seconds ago

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

7 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

10 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

11 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

11 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

13 hours ago