ବିବାହ ଋତୁରେ ଚମକୁଛି ସୁନା, ଜାଣନ୍ତୁ ଆଜି ୧୦ ଗ୍ରାମକୁ କେତେ ରହିଛି ଟଙ୍କା

ବିବାହ ଋତୁ ସୁନା ଚାହିଦାରେ ବଡ଼ ବୃଦ୍ଧି ଆଣିଛି । ବିଶ୍ୱ ବଜାରରେ ଦେଖାଦେଇଥିବା ଅସ୍ଥିରତା ମଧ୍ୟରେ ନିବେଶର ସୁରକ୍ଷିତ ମାଧ୍ୟମ ପାଲଟିଛି ଏହି ହଳଦିଆ ଧାତୁ । ଡଲାର ତୁଳନାରେ ଟଙ୍କା ଦୁର୍ବଳ ହେବା ଦ୍ୱାରା ସୁନା ଦରରେ ବୃଦ୍ଧି ଘଟୁଛି । ଟଙ୍କା ଦୁର୍ବଳ ହେଲେ ଆମଦାନିରେ ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ପଡ଼େ । ଏ ବର୍ଷ ଟଙ୍କାର ବିନିମୟ ମୂଲ୍ୟରେ ପାଖାପାଖି ୪% ହ୍ରାସ ଘଟିଛି । ଗତ ଡିସେମ୍ବର ୩୧ରୁ ବର୍ତ୍ତମାନ ସୁଦ୍ଧା ସୁନା ଦର ମୋଟ ୨୦ ହଜାର ୮୫୦ ଟଙ୍କା । ଚାରି ମାସ ମଧ୍ୟରେ ପାଖାପାଖି ୨୬.୪% ମହଙ୍ଗା ହୋଇଛି ସୁନା ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୩୫୦, ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ହଜାର ୧୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୩୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୧୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮,୩୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ,୧୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୫୦୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୩୦୦ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮, ୩୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦,୧୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮,୩୫୦ ଓ ୯୦,୧୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୧,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ ।

ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ ।

 

ଆହୁରି ପଢ଼ନ୍ତୁ : ସକାଳୁ ସକାଳୁ ତେଲ ଦରରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆଜିର ଦର କେତେ?