ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜଣଙ୍କ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ। ମୃତକ ପୁରୀ ଜିଲ୍ଲାର ଜଣେ ଜଣେ ୬୮ ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୪୨୩କୁ ବୃଦ୍ଧି ପାଇଛି ।

ଅନ୍ଯପଟେ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଖୋର୍ଦ୍ଧାରୁ ୪୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୫.୭୧ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍‌ ରହିଛି ୦.୨୦ ପ୍ରତିଶତ । ସଂକ୍ରମିିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୧୯ ଜଣ । ୨୪ ଘଣ୍ଟାରେ ୫୦ ହଜାର ୨୬୭ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ୍‌ ରହିଛି ୨ ହଜାର ୨୦୫ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.