ଝାରସୁଗୁଡାରେ ସର୍ବକନିଷ୍ଠ ଶିଶୁ କନ୍ୟା କରୋନା ପଜିଟିଭ୍, ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୯୧କୁ ବୃଦ୍ଧି

ଝାରସୁଗୁଡା: ଆଜି ଝାରସୁଗୁଡା ଜିଲ୍ଲାରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୧୧୯୧ରେ ପହଁଚିଛି । ତେବେ ଆଜି ଚହ୍ନଟ ହୋଇଥିବା ୨ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୧ ବର୍ଷର ଶିଶୁ ଥିବାବେଳେ ଜଣେ ୪୦ ବର୍ଷୀୟ ବ୍ୟକ୍ତି ଅଛନ୍ତି ।ଝାରସୁଗୁଡା ଜିଲ୍ଲାପାଳ ସରୋଜ କୁମାର ସାମଲ ଏନେଇ ସୂଚନା ଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଝାରସୁଗୁଡା ଜିଲ୍ଲାର ମଙ୍ଗଳବଜାର ଅଂଚଳର ଜଣେ ୧ ବର୍ଷର ଶିଶୁ କନ୍ୟା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ଶିଶୁଙ୍କ ପରିବାର ବାହାର ରାଜ୍ୟରୁ ଫେରି ହୋମ କ୍ଵାରେଣ୍ଟିନରେ ଥିଲେ ।

corona-testସୂଚନା ଥାଉକି, ଗତକାଲି ଚିହ୍ନଟ ହୋଇଥିବା ୫ ବର୍ଷୀୟ ଶିଶୁ ଏହି ୧ ବର୍ଷୀୟ ଶିଶୁଙ୍କ ଭାଇ ବୋଲି ଜଣାପଡିଛି । ଅନ୍ୟ ଆକ୍ରାନ୍ତ ଜଣକ ମହାରାଷ୍ଟ୍ରରୁ ଫେରିଥିବାବେଳେ ସେ କ୍ଵାରେଣ୍ଟିନ ସେଣ୍ଟରରେ ଥିଲେ । ଏହା ପରେ ମଙ୍ଗଳବଜାର ଅଂଚଳକୁ କଣ୍ଟେନମେଣ୍ଟ ଅଂଚଳ ଭାବେ ଘୋଷଣା କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.