ରାଜ୍ୟରେ ଆଜି ପୁଣି ୧୦ ଜଣଙ୍କ ଜୀବନ ନେଲା କରୋନା, ମୋଟ୍ ମୃତ୍ୟୁସଂଖ୍ୟା ୩୨୪କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଜି ୧୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ କୋଭିଡ୍ ଜନିତ ମୃତ୍ୟୁସଂଖ୍ୟା ୩୨୪ରେ ପହଁଚିଛି। ଏମାନଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୪ଜଣଙ୍କର ମୃତ୍ଯୁ ହୋଇଥିବାବେଳେ, ପୁରୀରୁ ୩ ଜଣ ମୃତ୍ଯୁବରଣ କରିଛନ୍ତି । ଏହାସହିତ କଟକ,ସୁନ୍ଦରଗଡ ଏବଂ ସମ୍ବଲପୁରରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତଙ୍କର ମୃତ୍ଯୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.