ରାଜ୍ଯରେ ଆଜି ପୁଣି ୧୨୦୩ ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ଯା ୩୦,୩୭୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଜି ୧୨୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୭୫୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୪୪୫ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ପଜିଟିଭଙ୍କ ସଂଖ୍ଯା ୩୦,୩୭୮ରେ ପହଁଚିଛି । ଏମାନଙ୍କ ୧୮,୯୩୮ସୁସ୍ଥ ହୋଇସାରିଥିବାବେଳେ, ବିଭିନ୍ନ କୋଭିଡ୍ ହସ୍ପିଟାଲରେ ୧୧,୨୩୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୫୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ଅନୁଗୁଳରୁ ୧୫,ବାଲେଶ୍ବରରୁ ୨୦,ବରଗଡରୁ ୧୨, ଭଦ୍ରକରୁ ୫୩, ବଲାଙ୍ଗିରରୁ ୬, ବୌଦ୍ଧରୁ ୩, କଟକରୁ ୯୭,ଦେଓଗଡରୁ ୮, ଢେଙ୍କାନାଳରୁ ୩, ଗଜପତିରୁ ୭୨, ଜଗତସିଂହପୁରରୁ ୮, ଯାଜପୁରରୁ ୪୬,କଳାହାଣ୍ଡିରୁ ୪, କନ୍ଧମାଳରୁ ୧୪, କେନ୍ଦ୍ରାପଡାରୁ ୧୪, କେନ୍ଦୁଝର ୧୧, ଖୋର୍ଦ୍ଧାରୁ ୨୨୦, କୋରାପୁଟରୁ ୬୬, ମାଲକାନଗିରିରୁ ୬୫, ମୟୁରଭଞ୍ଜରୁ ୧୬ ଏବଂ ନବରଙ୍ଗପୁରରୁ୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.