ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍ ଚିହ୍ନଟ । ଯାହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ୧୨, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ୧୨ ଆଜି ୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି।

cc

ତେବେ ଭଦ୍ରକର ନୂଆ ଆକ୍ରାନ୍ତ ତିଡିହି ବ୍ଲକର । ସେ ସୁରତ ଫେରନ୍ତା ବୋଲି ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ ହୋଇଛି । ଆକ୍ଟିଭ୍‌ କେସ୍‌ ୨୧୯ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୬୩ ଜଣ। ୨ ଜଣଙ୍କ କରୋନରେ ମୃତ୍ୟୁ ହୋଇଛି ।

ସୂଚନା ଅନୁସାରେ ଗତକାଲି ଭିତରେ ଓଡ଼ିଶାର ୧୮ଟି ଜିଲ୍ଲାରୁ ମୋଟ ୨୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେମାନଙ୍କ ଭିତରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଦ୍ୱିତୀୟ ସର୍ବାଧିକ ୫୫ ଜଣ ଯାହା ଯାଜପୁର ଜିଲ୍ଲାର, ଏହା ପରେ ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ ଜଣ, ଭଦ୍ରକ ଜିଲ୍ଲାରୁ ୨୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ,  ଝାରସୁଗୁଡ଼ା, କେନ୍ଦୁଝର, କଟକ , ବଲାଙ୍ଗୀର,ଓ କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

You might also like