ରାଜ୍ୟରେ ପୁଣି ଏକାଥରକେ ସୁସ୍ଥ ହେଲେ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ବର: ପୁଣି ଖୁସି ଖବର ଦେଲା ସ୍ବାସ୍ଥ୍ୟ ବିଭାଗ। ଏକାଥରକେ ରାଜ୍ୟର ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତ ସବୁ ଯାଜପୁର ଜିଲ୍ଲାର l ତେବେ ଏହାକୁ ମିଶାଇ ଯାଜପୁରରେ ସମୁଦାୟ ୪୮ଜଣ ଆକ୍ରାନ୍ତ ସୁସ୍ଥ ହେଲେ । ଏଥି ସହ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୫୮ରେ ପହଞ୍ଚିଛି ।

ତେବେ ଗତକାଲି ଏକାଥରକେ ରାଜ୍ୟର ୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ। ବାଲେଶ୍ୱର ଜିଲ୍ଲାରୁ ୯, ଭୁବନେଶ୍ୱରରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ଗଂଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨-୨ ଓ କୋରାପୁଟ ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.