ରାଜ୍ଯରେ ଆଜି ୧୫୦୩ ପଜିଟିଭ୍ ଚିହ୍ନଟ : କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୦୦୨ ଓ ଲୋକାଲ କେସ୍ ରୁ ୫୦୧ ଜଣ ସଂକ୍ରମିତ

ଭୁବନେଶ୍ବର: ରାଜ୍ଯରେ ଆଜି ୧୫୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦୦୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ୫୦୧ ଲୋକାଲ କେସ୍ ରୁ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ପଜିଟିଭଙ୍କ ସଂଖ୍ଯା ୨୬୮୯୨ରେ ପହଁଚିଛି । ଏମାନଙ୍କ ୧୬୭୯୨ ସୁସ୍ଥ ହୋଇସାରିଥିବାବେଳେ, ବିଭିନ୍ନ କୋଭିଡ୍ ହସ୍ପିଟାଲରେ ୯୯୧୯ଜଣ ଚିକିତ୍ସିତ ହେଉଛନ୍ତି ।

ସଂକ୍ରମିତଙ୍କ ଭିତରେ ଅନୁଗୁଳରୁ ୧, ବାଲେଶ୍ୱରୁ ୧୯, ବରଗଡରୁ ୨୩, ଭଦ୍ରକରୁ ୨୫, ବଲାଙ୍ଗୀରରୁ ୨୧, ବୌଦ୍ଧରୁ ୧, ଢେଙ୍କାନାଳରୁ ୩୨, ଗଜପତିରୁ ୭୩, ଜଗତସିଂହପୁରରୁ ୬, ଯାଜପୁରରୁ ୫୧, ଝାରସୁଗୁଡାରୁ ୧୦, କନ୍ଧମାଳରୁ ୭୩, କେନ୍ଦ୍ରାପଡାରୁ ୯, କେନ୍ଦୁଝରରୁ ୪୩, କୋରାପୁଟରୁ ୩୪, ମାଲକାନଗିରିରୁ ୩୪, ମୟୂରଭଞ୍ଜରୁ ୨୮, ନବରଙ୍ଗପୁରରୁ ୨, ନୟାଗଡରୁ ୮, ପୁରୀରୁ ୪, ରାୟଗଡାରୁ ୬୮, ସମ୍ବଲପୁର ରୁ ୧୭, ସୋନପୁରରୁ ୪ ଓ ସୁନ୍ଦରଗଡରୁ ୫୭ ଚିହ୍ନଟ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.