ରାଜ୍ଯରେ ଆଜି ୧୮୬ କରୋନା ପଜିଟିଭ୍ ଚିହ୍ନଟ, ଗଲା ଆଉ ୨ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୮୬ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୧୦୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ହଜାର ୯୪୯କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୨୮ ହଜାର ୮୩୨। ଆକ୍ଟିଭ କେସ୍‌ ରହିଛି ୨ ହଜାର ୧୬୬।

ସେହିପରି ଆଜି ରାଜ୍ୟରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ । ଏମାନଙ୍କ ଭିତରୁ ଖୋର୍ଦ୍ଧାରୁ ଜଣେ ଏବଂ ସୁନ୍ଦରଗଡରୁ ଜଣେ । ଏହାକୁ ମିଶାଇ ସମୁଦାୟ ମୃତ୍ୟୁସଂଖ୍ଯା ୧୮୯୮କୁ ବୃଦ୍ଧି ପାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.