ରାଜ୍ଯରେ କରୋନା ନେଲା ଆଉ ଦୁଇ ଜୀବନ, ସମୁଦାୟ ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ଯରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଦୁଇ ଜଣ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି । ଅନ୍ଯପଟେ ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି। ମୃତକଙ୍କ ଭିତରେ ଜଣେ ୫୧ ବର୍ଷିୟ ପୁରୁଷ ଏବଂ ଜଣେ ୩୪ ବର୍ଷିୟ ପୁରୁଷ ଅଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.