ରାଜ୍ଯରେ ପୁଣି ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ଜଣଙ୍କର ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଆଉ ୨୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬ ରେ ପହଞ୍ଚିଲା । ଏମାନଙ୍କ ଭିତରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦୮ ଓ ସ୍ଥାନୀୟ ଅଞ୍ଚଳରୁ ୪୩ ପଜିଟିଭ ଚିହ୍ନଟ ହୋଇଛନ୍ତି । ମୋଟ୍ ୧୯ଟି ଜିଲ୍ଲାରୁ ୨୫୧ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏହାସହ କରୋନାରେ ରାଜ୍ଯରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ୫୨ ବର୍ଷିୟ ଜଣେ ପୁରୁଷ । ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୨୬କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

daeth

ଏମାନଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୧୦୨ଜଣ ଚିହ୍ନଟ ହୋଇଥିବାବେଳେ, ଅନୁଗୁଳରୁ ୧, ବାଲେଶ୍ୱରୁ ୨, ବରଗଡରୁ ୧୨, ବଲାଙ୍ଗୀରରୁ ୪, କଟକରୁ ୩୨, ଦେବଗଡରୁ ୪, ଗଜପତିରୁ ୬, ଝାରସୁଗୁଡାରୁ ୫, କେନ୍ଦ୍ରାପଡାରୁ ୪, ଖୋର୍ଦ୍ଧାରୁ ୨୬, ମାଲକାନଗିରିରୁ ୧୦, ମୟୂରଭଞ୍ଜରୁ ୫, ନୟାଗଡରୁ ୧୪, ପୁରୀରୁ ୧୨, ସମ୍ବଲପୁରରୁ ୨, ସୋନପୁରରୁ ୧, ସୁନ୍ଦରଗଡରୁ ୭, ଯାଜପୁରରୁ ୧ ଓ ଏନଡିଆରଏଫର ଜଣେ କର୍ମଚାରୀ ଚିହ୍ନଟ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.