ଆଜି ରାଜ୍ୟରେ ୨୯୪୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଅତି ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା ସଂକ୍ରମଣ । ଦିନକୁ ହଜାର ହଜାର କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି । ଆଜି ରାଜ୍ୟରେ ୩୦ ଜିଲ୍ଲାରୁ ୨୯୪୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮୨୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୧୨୩ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧ ହଜାର ୪୭୯ କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


ସୂଚନା ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧ ହଜାର ୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୬,୬୦୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୪ ହଜାର ୪୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪୦୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩,୬୩,୬୨୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.