କରୋନା ଭାଇରସ

କ୍ୱାରେଣ୍ଟାଇନ୍‌ରେ ଯାଜପୁର ମୁଖ୍ୟ ଚିକିତ୍ସାଳୟର ୩ ଡାକ୍ତର, ୧୯ ସ୍ୱାସ୍ଥ୍ୟକର୍ମୀ : କୋଲକାତାରୁ ଜିଲ୍ଲାକୁ ଫେରିଥିବା ୭ ଶହ କରିଛନ୍ତି ପଞ୍ଜୀକରଣ

ଯାଜପୁର ଟାଉନ: ଯାଜପୁର ଜିଲ୍ଲାର ନୂତନ ୫ ଆକ୍ରାନ୍ତ ଚିହ୍ନଟ ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ଯାଜପୁର ବ୍ଲକର ବେହେରା ପାଟଣା,ଜାଲପୁର,ବାସୁଦେବ ପୁର,ଦସରରଥପୁର ବ୍ଲକ ର ବିରଜାପୁର ଏବଂ କୋରେଇ ବ୍ଲକର ମକୁନ୍ଦପୁର ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ଗତକାଲି ଏହି ଅଂଚଳରୁ ୫ ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ପ୍ରତ୍ୟେକ ବ୍ଲକ ଅଞ୍ଚଳ ପାଇଁ ଜଣେ ଜଣେ ନୋଡାଲ ଅଧିକାରୀ ନିଯୁକ୍ତ ହୋଇଛନ୍ତି।

ଯାଜପୁରରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଆଶଙ୍କା ରହିଛି । ତେଣୁ ଗତକାଲି କୋରୋନା ଚିହ୍ନଟ ମଧ୍ୟରୁ କେତେକ ରୋଗୀ ଯାଜପୁର ମୁଖ୍ୟ ଡାକ୍ତର ଖାନାରେ ଚିକିତ୍ସିତ ହେଉଥିଲେ। ସେଥିପାଇଁ ଡାକ୍ତରଖାନାର ଡାକ୍ତର ଓ ପାରା ମେଡିକାଲ କର୍ମଚାରୀଙ୍କୁ ସଂକ୍ରମିତ ହୋଇଥିବା ଆଶଙ୍କା ରହିଛି। ୩ ଜଣ ଡାକ୍ତର ଏବଂ ୧୯ ସ୍ୱାସ୍ଥ୍ୟକର୍ମୀଙ୍କୁ କ୍ୱାରେଣ୍ଟିନରେ ରଖାଯାଇଛି ବୋଲି ଯାଜପୁର ଜିଲ୍ଲାପାଳ ରଂଜନ କୁମାର ଦାସଙ୍କ ସୂଚନା।

ଅପରପଟେ ପଶ୍ଚିମବଙ୍ଗରୁ ଆସିଥିବା ଲୋକଙ୍କ ଲାଗି ପ୍ରତି ପଂଚାୟତରେ ଗଠନ ହେବ କମିଟି । ବର୍ତ୍ତମାନ ସୁଦ୍ଧା ୭୦୦ ଜଣ କୋଲକତାରୁ ଫେରିଥିବା ନେଇ ପଞ୍ଜୀକୃତ କରିଛନ୍ତି । ସମସ୍ତଙ୍କୁ ସରକାରୀ କ୍ବାରେଣ୍ଟାଇନ ରଖାଯିବ ସହ ଲୁଚି ରହିଥିବା ସନ୍ଦିଗ୍ଧଙ୍କୁ ଠାବ କରିବାକୁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।

 

Sonalisa

Recent Posts

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

13 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

59 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

11 hours ago