ସୁନ୍ଦରଗଡ଼ରେ ଆଉ ୩ ପଜେଟିଭ୍‌, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଲା ୧୦୩କୁ

ଭୁବନେଶ୍ଵର (କେନ୍ୟୁଜ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଛୁଇଁବା ପରେ ଆଜି ପୁଣି ରାଜ୍ୟରେ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଏହି ସମସ୍ତ ରୋଗୀ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି । ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହାର ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ ୬୮ ଆକ୍ଟିଭ କେସ୍ ରହିଛି ରହିଥିବାବେଳେ ୩୪ଜଣ ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.