କରୋନା ଭାଇରସ

ଆଜି ରାଜ୍ୟରେ ୩୦୬୭ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ଆଉ ୧୫ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୦୬୭ କରୋନା ପଜିଟିଭ୍‌ ଚିହ୍ନଟ। କ୍ୱାରେଣ୍ଟାଇନ୍‌ରୁ ୧୮୦୯ ଓ ଲୋକାଲ କେସ୍‌ ରହିଛି ୧୨୫୮। ଖୋର୍ଦ୍ଧା ଜିଲ୍ଲାରୁ ଆଜି ମଧ୍ୟ ସର୍ବାଧିକ ୫୫୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଜି ସଂକ୍ରମଣରେ ଗଞ୍ଜାମକୁ ଟପିଲା କଟକ । କଟକରୁ ୨୩୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରରୁ ୧୪୬, ଅନୁଗୁଳରୁ ୧୨୯ ଓ ମୟୁରଭଞ୍ଜରୁ ୧୪୩ ଆକ୍ରାନ୍ତ ରହିଛନ୍ତି। ଝାରସୁଗୁଡ଼ାରୁ ୯୬, କେନ୍ଦ୍ଦାରପଡ଼ାରୁ ୯୪, ଜଗତସିଂହପୁରରୁ ୮୪, ଢେଙ୍କାନାଳରୁ ୯୧ ଓ ସମ୍ବଲପୁରରୁ ୯୮ ଜଣ ପଜିଟିଭ୍‌ ରହିଛନ୍ତି।


 ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ । ଖୋର୍ଦ୍ଧା, କଟକ ଓ ବାଲେଶ୍ୱରରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀରୁ ଆଉ ୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ବଲାଙ୍ଗିର, ଝାରସୁଗୁଡ଼ା, ନବରଙ୍ଗପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନାଜନିତ ମୃତ୍ୟୁ ୮୨୮କୁ ବୃଦ୍ଧି।

Sonalisa

Recent Posts

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

15 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

31 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

44 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

53 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

56 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago