ଭୁବନେଶ୍ୱର(କେନ୍ୟଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୩୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୮୪ ଓ ସ୍ଥାନୀୟ ସଂକ୍ରମଣ ଯୋଗୁଁ ୨୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି ଭୁବନେଶ୍ୱରରୁ ଆଜି ୩୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ଟ୍ବିଟ ଯୋଗେ ଏହି ସୂଚନା ଦେଇଛି ବିଏମସି।
କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ଶୈଳଶ୍ରୀ ବିହାରସ୍ଥିତ କ୍ବାରେଣ୍ଟାଇନରୁ ଆଜି ୧୧ ଜଣ, ପଟିଆରୁ ୮ ଜଣ, ନିଳାଦ୍ରୀ ବିହାରରୁ ୭ ଜଣ, ବଡ଼ଗଡ଼ ଓ ପୋଖରିପୁଟରୁ ୩-୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଲୋକାଲ କଣ୍ଟାକ୍ଟକେସ୍ ଯୋଗୁଁ ଆଜି ପୁରୁଣା ଭୁବନେଶ୍ୱରରୁ ୧୫ ଜଣ ଓ ଝାରପଡ଼ାରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୟୁନିଟ-୬ରୁ ୧୦ ଜଣ, ବରମୁଣ୍ଡା, ସହିଦନଗର, ରସୁଲଗଡ଼ରୁ ୯ ଜଣ ଲେଖାଏଁ, ଖଣ୍ଡଗିରିରୁ ୮ ଜଣ, ୟୁନିଟ-୯, ଲକ୍ଷ୍ମୀସାଗରରୁ ୭-୭ ଜଣ, ଟଙ୍କପାଣି ରୋଡ, ଚନ୍ଦ୍ରଶେଖରପୁରରୁ ୬-୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…