Below header

ଆଜି ରାଜ୍ଯରେ ୩୩୨ କରୋନା ପଜିଟିଭ୍ ଚିହ୍ନଟ, ଗଲା ୪ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଆଜି ୩୩୨ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୧୮୯, ଏବଂ ଲୋକାଲ୍ କେସରୁ ୧୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ହଜାର ୦୮୯କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୧୯ ହଜାର ୦୬୯। ଆକ୍ଟିଭ କେସ୍‌ ରହିଛି ୩ ହଜାର ୧୫୬।

ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏମାନଙ୍କ ଭିତରୁ ଭୁବନେଶ୍ୱର, ଗଞ୍ଜାମ, ଢେଙ୍କାନାଳ ଏବଂ ଝାରସୁଗୁଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.