ଆଜି ରାଜ୍ଯରେ ୩୩୪ କରୋନା ପଜିଟିଭ୍ ଚିହ୍ନଟ, ଗଲା ୪ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଆଜି ୩୩୪ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୧୯୪, ଏବଂ ଲୋକାଲ୍ କେସରୁ ୧୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ହଜାର ୨୦୧ କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୨୩ ହଜାର ୩୭୮। ଆକ୍ଟିଭ କେସ୍‌ ରହିଛି ୨ ହଜାର ୯୧୩।

ଅନ୍ଯପଟେ ଆଜି ରାଜ୍ଯରେ ଗଲା ୪ ଜଣ କରୋନା ସଂକ୍ରମିତଙ୍କ ଜୀବନ। ଏମାନଙ୍କ ଭିତରେ ବାଲେଶ୍ବର, ଭୁବନେଶ୍ବର,ମୟୁରଭଞ୍ଜ ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୮୫୭କୁ ବୃଦ୍ଧି ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.