ରାଜ୍ଯରେ ଆଜି ୩୪୩ କରୋନା ପଜିଟିଭ୍ ଚିହ୍ନଟ, ଗଲା ୫ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଆଜି ୩୪୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୧୯୭, ଏବଂ ଲୋକାଲ୍ କେସରୁ ୧୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୨୨ ହଜାର ୬୪୨ କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୧୭ ହଜାର ୪୧୨। ଆକ୍ଟିଭ କେସ୍‌ ରହିଛି ୩ ହଜାର ୩୮୩।

ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏମାନଙ୍କ ଭିତରୁ ବଲାଙ୍ଗୀର, ଖୋର୍ଦ୍ଧା,କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.