କରୋନା ଭାଇରସ

ଆଜି ରାଜ୍ଯରେ ୩୫୪୩ କରୋନା ପଜିଟିଭ୍ ଚିହ୍ନଟ, ଗଲା ୭ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ଯରେ ୩୫୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମୁଦାୟ ୩୦ଟି ଜିଲ୍ଲାରୁ ଏହି ସମସ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୨୧୬୧ ଏବଂ ଲୋକାଲ୍ କେସରୁ ୧୩୮୨ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ୧,୨୦,୨୨୧ ରେ ପହଁଚିଛି। ଏମାନଙ୍କ ୯୦,୩୩୧ ସୁସ୍ଥ ହୋଇ ସାରିଥବା ବେଳେ, ବିଭିନ୍ନ କୋଭିଡ୍ ହସ୍ପିଟାଲରେ ୨୯,୨୯୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ୮୭୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ଅନୁଗୁଳରୁ ୬୮, ବାଲେଶ୍ବରରୁ ୧୫୩, ବରଗଡରୁ ୨୭୪, ଭଦ୍ରକରୁ ୫୦, ବଲାଙ୍ଗିରରୁ ୩୭, ବୌଦ୍ଧରୁ ୬୭, କଟକରୁ ୨୯୫, ଦେଓଗଡ ୪,ଢେଙ୍କାନାଳରୁ ୬୯, ଗଜପତିରୁ ୨୯, ଗଞ୍ଜାମରୁ ୧୦୨, ଜଗତସିଂହପୁରରୁ ୮୫, ଯାଜପୁରରୁ ୨୦୬, ଝାରସୁଗୁଡା ୮୭, କଳାହାଣ୍ଡିରୁ ୩୭, କନ୍ଧମାଳରୁ ୩୮, କେନ୍ଦ୍ରାପଡାରୁ ୪୮, କେନ୍ଦୁଝରରୁ ୪୪, କୋରାପୁଟରୁ ୯୦, ମାଲକାନଗିରିରୁ ୨୫, ମୟୁରଭଞ୍ଜରୁ ୩୨୬, ନବରଙ୍ଗପୁରରୁ ୩୩, ନୟାଗଡରୁ ୩୪, ନୂଆପଡାରୁ ୯୮, ପୁରୀରୁ ୬୧, ରାୟଗଡାରୁ ୬୭, ସମ୍ବଲପୁରରୁ ୮୩, ସୋନପୁରରୁ ୯୯ ଏବଂ ସୁନ୍ଦରଗଡରୁ ୫୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।


ସେହିପରି ଆଜି ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା ମାରାତ୍ମକ କରୋନା ଭାଇରସ୍‌ । ଏମାନଙ୍କ ଭିତରୁ ଭୁବନେଶ୍ବର, ବଲାଙ୍ଗିର,କଟକ ଗଞ୍ଜାମ,ଖୋର୍ଦ୍ଧା,ମାଲକାନଗିରି ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୩୮ ମୃତ୍ୟୁକୁ ବୃଦ୍ଧି ପାଇଛି ।

Sonalisa

Recent Posts

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

2 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

25 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

33 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

39 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

48 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

50 mins ago