ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୬୧୫ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ୧୭ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୩୬୧୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍‌ରୁ ୨୧୧୮, ଲୋକାଲ କଣ୍ଟାକ୍ଟ କେସ୍‌ ୧୪୯୭ ରହିଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ଦ୍ୱିତୀୟରେ ରହିଛି କଟକ ଜିଲ୍ଲା । ଜିଲ୍ଲାରୁ ୩୭୧ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୁଳରୁ ୧୮୮ ଜଣ, ଯାଜପୁରରୁ ୧୪୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜରୁ ୧୨୩ , ଝାରସୁଗୁଡ଼ାରୁ ୧୦୬, କଳାହାଣ୍ଡିରୁ ୧୦୬ ଚିହ୍ନଟ ହୋଇଛନ୍ତି। କେନ୍ଦ୍ରାପଡ଼ାରୁ ୧୧୯, କେନ୍ଦୁଝରରୁ ୧୦୯ଜଣ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୨ଲକ୍ଷ ୨୨ହଜାର ୭୩୪କୁ ବୃଦ୍ଧି ପାଇଛି।

ରାଜ୍ୟରେ ମହାମାରୀ କରୋନା ନେଲା ଆଉ ୧୭ ମୁଣ୍ଡ। ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କଟକ ଓ ନୟାଗଡ଼ରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ୍‌। ଅନୁଗୁଳ, ଭଦ୍ରକ ଓ ବଲାଙ୍ଗିରରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ୮୫୯କୁ ବୃଦ୍ଧି ପାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.