ଆଜି ରାଜ୍ଯରେ ୩୬୮କରୋନା ପଜିଟିଭ୍ ଚିହ୍ନଟ, ଗଲା ୭ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଆଜି ୩୬୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୧୨, ଏବଂ ଲୋକାଲ୍ କେସରୁ ୧୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୨୧ ହଜାର ୫୬୪ କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୧୫ ହଜାର ୮୪୦। ଆକ୍ଟିଭ କେସ୍‌ ରହିଛି ୩ ହଜାର ୮୯୩।

ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏମାନଙ୍କ ଭିତରୁ କଟକରୁ ୩ଜଣ ଏବଂ ବାଲେଶ୍ବର,ଜଗତସିଂହପୁର,ପୁରୀ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୭୭୮କୁ ବୃଦ୍ଧି ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.