ରାଜ୍ଯରେ ଆଜି ୩୭୮ କରୋନା ପଜିଟିଭ୍ ଚିହ୍ନଟ, ଗଲା ୫ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ କମୁଛି କରୋନା ସଂକ୍ରମଣ ଗ୍ରାଫ୍। ଗତକାଲି ରାଜ୍ଯରେ ୪୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ, ଆଜି ୩୭୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।  । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୧୯, ଏବଂ ଲୋକାଲ୍ କେସରୁ ୧୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୧୯ ହଜାର ୧୦୩ କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୧୨ ହଜାର ୦୬୫। ଆକ୍ଟିଭ କେସ୍‌ ରହିଛି ୫ ହଜାର ୨୪୧।

ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏମାନଙ୍କ ଭିତରୁ ପୁରୀ ଜିଲ୍ଲାରୁ ୩ଜଣ ଓ ଖୋର୍ଦ୍ଧା ଏବଂ ଜଗତସିଂହପୁରରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୭୪୪କୁ ବୃଦ୍ଧି ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.