ପୁଣି ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ଯା ୭୪କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ଯରେ ପୁଣି ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୪ରେ ପହଁଚିଛି।

 ୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାର ୨ ଜଣ ଥିବାବେଳେ ଗଞ୍ଜାମ ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି। ଏହାକୁ ମିଶାଇ ଖୋର୍ଦ୍ଧାରେ କରୋନା ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଥିବା ବେଳେ ଗଞ୍ଜାମରେ ୪୪ ଓ କଟକରେ ୮ରେ ପହଞ୍ଚିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.