ରାଜ୍ଯରେ ଆଜି ୪୦୯ କରୋନା ପଜିଟିଭ୍ ଚିହ୍ନଟ, ଗଲା ୫ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଗତକାଲି ୩୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ, ଆଜି ୪୦୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୩୪, ଏବଂ ଲୋକାଲ୍ କେସରୁ ୧୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୨୦ ହଜାର ୮୦୩ କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୧୪ ହଜାର ୬୬୫। ଆକ୍ଟିଭ କେସ୍‌ ରହିଛି ୪ହଜାର ୩୨୦।

ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏମାନଙ୍କ ଭିତରୁ ଭୁବନେଶ୍ବରରୁ ୨ଜଣ ଏବଂ ଜଗତସିଂହପୁର,ନୟାଗଡ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୭୬୫କୁ ବୃଦ୍ଧି ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.