Below header

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪୫୨ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୭୭ ଜଣ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କରୋନା କାୟା । ପୁଣି ୪୦୦ ପାର୍‌ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨୬୭ ଓ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ୧୮୫ । ଖୋର୍ଦ୍ଧାରୁ ସର୍ବାଧିକ ୭୭ ଜଣ ଆକ୍ରାନ୍ତ ହୋଇଛନ୍ତି । ସୁନ୍ଦରଗଡ଼ରୁ ୭୫ ଓ ନୂଆପଡ଼ାରୁ ୭୧ ନୂଆ କେସ୍‌ ଆସିଛି ।

କଳାହାଣ୍ଡିରୁ ୨୯, କଟକରୁ ୨୬ ଓ ବରଗଡ଼ରୁ ୧୯ ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୩ ଲକ୍ଷ ୪୨ ହଜାର ୨୨୪ରେ ପହଞ୍ଚିଲା । ଏପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୩୭ ହଜାର ୪୩୦ ସୁସ୍ଥ ହୋଇଥିବାବେଳେ ଆକ୍ଟିଭ୍‌ କେସ୍‌ ରହିଛି ୨୮୨୦।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.