ରାଜ୍ଯରେ ଆଜି ୪୮୦ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୭୫୦କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଗତକାଲି ୩୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ, ଆଜି ୪୮୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୭୬, ଏବଂ ଲୋକାଲ୍ କେସରୁ ୨୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୧୯ ହଜାର ୫୮୩ କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୧୨ ହଜାର ୭୩୪। ଆକ୍ଟିଭ କେସ୍‌ ରହିଛି ୫ ହଜାର ୦୪୬।

ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏମାନଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ୨ଜଣ ଓ ଭୁବନେଶ୍ବର,ଝାରସୁଗୁଡା,ବାଲେଶ୍ବର ଓ ମୟୁରଭଞ୍ଜରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୭୫୦କୁ ବୃଦ୍ଧି ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.