ଗଜପତି ଜ଼ିଲ୍ଲାର ମୋହନା ସହର ଆଜିଠୁ ୫ଦିନ ଯାଏ ସଟଡାଉନ, ସମସ୍ତ ଦୋକାନ ବଜାର ଏବଂ ଗାଡି ଚଳାଚଳ ବନ୍ଦ

ମୋହନା: ଗଜପତି ଜ଼ିଲ୍ଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମୋହନା ସହରକୁ ୫ଦିନ ଯାଏ ସଟଡାଉନ ଘୋଷଣା କରାଯାଇଛି। ଆଜି ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ମୋହନା ସଟଡାଉନ ରହିବ। ଏହି ସମୟ ମଧ୍ୟରେ ସ୍ୱାସ୍ଥ୍ୟକର୍ମୀ ଘରକୁ ଘର ବୁଲି ସ୍ୱାସ୍ଥ୍ୟ ପରୀକ୍ଷା କରିବେ।

କେବଳ ଔଷଧ ଦୋକାନ ବ୍ୟତୀତ ଅନ୍ୟ ସମସ୍ତ ଦୋକାନ ବଜାର ଏବଂ ଗାଡି ଚଳାଚଳ ସମ୍ପୂର୍ଣ ବନ୍ଦ ରହିବ ବୋଲି ମୋହନା ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀ ସୂଚନା ଦେବା ସହ ପ୍ରଶାସନକୁ ଏଥିରେ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି l

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.