ଆଜି ରାଜ୍ୟରେ ପୁଣି ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୫୧ ଜଣ କରୋନା ପଜିଟିଭଙ୍କ ଭିତରୁ କଳାହାଣ୍ଡି ଜିଲ୍ଲାରୁ ୧୧ ଓ ନୟାଗଡ଼ ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ପୁରୀରୁ ଜଣେ,ଗଞ୍ଜାମ ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୫, ସମ୍ବଲପୁର ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୩,ଜଗତସିଂହପୁରରୁ ୨, ଅନୁଗୁଳ ଜିଲ୍ଲାରୁ ୨ ଓ କଟକ ଜିଲ୍ଲାରୁ ୯ ଜଣ ଚିହ୍ନଟ ହୋଇଥିବା ଜଣାଯାଇଛି। ତେବେ ଆଜି ମଧ୍ଯ ମାଲକାନଗିରି ଜିଲ୍ଲାରୁ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.