ରାଜ୍ଯରେ ଆଜି ୫୫୦ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୨ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ଯରେ ୫୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୩୧୭, ଏବଂ ଲୋକାଲ୍ କେସରୁ ୨୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୧୭ ହଜାର ୭୮୯କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୯ ହଜାର ୭୪୭ । ଆକ୍ଟିଭ କେସ୍‌ ରହିଛି ୬ ହଜାର ୨୫୯।

ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୨ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୭୩୦କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.