ଆଜି ରାଜ୍ୟରେ ୫୦୦ ଡେଇଁଛି ଦୈନିକ ପଜିଟିଭ୍ ସଂଖ୍ୟା, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଦିନକୁ ଦିନ ରେକର୍ଡ ଭାଙ୍ଗି ଚାଲିଛି ମହାମାରୀ। ଆଜି ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ପାର୍‌ କରିଥିବା ବେଳେ ବେଳେ ରାଜ୍ୟରେ ବି ୫୦୦ ଡେଇଁଛି ଦୈନିକ ପଜିଟିଭ୍ ସଂଖ୍ୟା। ସମୁଦାୟ ୫୭୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୩୨, କଟକରୁ ୨୮, କଳାହାଣ୍ଡିରୁ ୨୪, ବଲାଙ୍ଗିରରୁ ୨୦ , ରାୟଗଡ଼ାରୁ ୧୬, ମୟୂରଭଞ୍ଜରୁ ୧୩, ବାଲେଶ୍ୱରରୁ ୧୧, କେନ୍ଦୁଝରରୁ ୮ ଚିହ୍ନଟ ହୋଇଛନ୍ତି।

You might also like