Below header

ଆଉ ୫୮୮ ନୂଆ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ ପଜିଟିଭ

ଭୁବନେଶ୍ବର: ରାଜ୍ୟରେ ପୁଣି ୫ ଶହ ପାର ପଜିଟିଭ୍‌ । ଲଗାତର ଦ୍ୱିତୀୟ ଦିନ ପାଇଁ ୫ ଶହରୁ ଅଧିକ ପଜିଟିଭ୍‌ ହୋଇଛନ୍ତି । ୨୪ ଘଣ୍ଟାରେ ରାଜ୍ୟରେ ୫୮୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଥରେ ଶହେ ପାର କରିଛି । ଖୋର୍ଦ୍ଧାରୁ ଗୋଟିଏ ଦିନରେ ସର୍ବାଧିକ ୧୦୫ ନୂଆ କେସ୍‌ ସାମ୍ନାକୁ ଆସିଛି ।

ସେହିପରି ସୁନ୍ଦରଗଡ଼ରୁ ୮୪, କଳାହାଣ୍ଡିରୁ ୬୪ ଓ ଝାରସୁଗୁଡ଼ାରୁ ୩୧ ସଂକ୍ରମିତ ହୋଇଛନ୍ତି । କଟକରୁ ୩୦, ନୂଆପଡ଼ାରୁ ୨୯, ସମ୍ବଲପୁରରୁ ୨୮ ଜଣ ଗଞ୍ଜାମରୁ ୨୭ ଓ ପୁରୀରୁ ୨୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ପଜିଟିଭ୍‌ ସଂଖ୍ୟା ୩ ଲକ୍ଷ ୪୩ ହଜାର ୮୫୬ରେ ପହଞ୍ଚିଛି । ଆକ୍ଟିଭ୍‌ କେସ୍‌ ୩ ହଜାର ୭୩୧ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୧୯୨୨ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.