ଖୁସି ଖବର, ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ସର୍ବାଧିକ ୬୦୯ ଆକ୍ରାନ୍ତ

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ଆଜି ସର୍ବାଧିକ ୬୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ତେବେ ଗଞ୍ଜାମରୁ ସର୍ବାଧିକ ୨୬୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୩୫, ଖୋର୍ଦ୍ଧାରୁ ୩୭, କଟକରୁ ୩୨, ବାଲେଶ୍ଵରରୁ ୨୫, କେନ୍ଦୁଝରରୁ ୨୩, ମୟୁରଭଞ୍ଜରୁ ୧୮, ଭଦ୍ରକରୁ ୧୨, ପୁରୀରୁ ୧୨, ସମ୍ବଲପୁରରୁ ୮, ଯାଜପୁରରୁ ୬ ଓ ବଲାଙ୍ଗୀରରୁ ୩ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ବରଗଡ଼ ଓ ଜଗତସିଂହପୁରରୁ ୭ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଝାରସୁଗୁଡା ଓ କେନ୍ଦ୍ରାପଡାଓ ୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । କୋରାପୁଟ, ନବରଙ୍ଗପୁର ଓ ରାୟଗଡାରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଗଜପତି ଓ ନୟାଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ବର୍ତ୍ତମାନ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ପହଞ୍ଚିଲା ୯୮୬୪ରେ । ସୂଚନା ଅନୁଯାୟୀ ଆଜି ରାଜ୍ୟରେ ୫୪୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ଏବଂ ସେଥିମଧ୍ୟରୁ ଭୁବନେଶ୍ଵରରୁ ୫୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.